fbpx

ସିବିଆଇ କରିବନି ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ, ଆବେଦନ ଖାରଜ କଲେ ଓଡିଶା ହାଇକୋର୍ଟ

କଟକ: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର ସିବିଆଇ ତଦନ୍ତ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଓଡିଶା ହାଇକୋର୍ଟ ଖାରଜ କରି ଦେଇଛନ୍ତି। ୧୧ ଦିନ ହେବ ଏହି ହତ୍ୟାକାଣ୍ଡ ଘଟଣାର ତଦନ୍ତ ଚାଲିଥିବାରୁ ଏଥିରେ ହସ୍ତକ୍ଷେପ କରିବାର ଆବଶ୍ୟକତା ନାହିଁ ବୋଲି କହି ହାଇକୋର୍ଟ ଏହାକୁ ଖାରଜ କରିଛନ୍ତି। ସୂଚନାଯୋଗ୍ୟ, ଭାରତୀୟ ବିକାଶ ପରିଷଦ ପକ୍ଷରୁ ନବ କିଶୋର ଦାସ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ଦାବି କରି ହାଇକୋର୍ଟରେ ଗତ ୬ ତାରିଖରେ ଏକ ଜନସ୍ୱାର୍ଥ ମାମଲା ଦାୟର କରାଯାଇଥିଲା।

ଭାରତୀୟ ବିକାଶ ପରିଷଦ ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଓ ଜଗତସିଂହପୁର ଜିଲ୍ଲା ସଭାପତି ସୁବ୍ରତ ଦାଶଙ୍କ ତରଫରୁ ଏହି ମାମଲା ଦାୟର କରାଯାଇଥିଲା। ମାମଲାରେ କେନ୍ଦ୍ର ସରକାର, ରାଜ୍ୟ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୁଲିସ ମହାନିର୍ଦେଶକ, କ୍ରାଇମବ୍ରାଂଚକୁ ପକ୍ଷଭୁକ୍ତ କରାଯାଇଥିଲା।

ଅନ୍ୟପଟେ ଆଜି ଝାରସୁଗୁଡ଼ାର ସରବାହାଲ ହାଇସ୍କୁଲ ପଡ଼ିଆରେ ଦିବଂଗତ ସ୍ୱାସ୍ଥ୍ୟମନ୍ତ୍ରୀ ସ୍ୱର୍ଗତଃ ନବ ଦାସଙ୍କ ଦ୍ୱାଦଶାହ ଉପଲକ୍ଷେ ଆୟୋଜିତ ସ୍ମୃତିସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି। ସେ ନବ ଦାସଙ୍କ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ବିଜେଡିର ବହୁ ବରିଷ୍ଠ ନେତା ଏବଂ ଦଳୀୟକର୍ମୀ ସ୍ମୃତିସଭାରେ ପହଂଚି ସ୍ୱର୍ଗତଃ ଦାସଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Get real time updates directly on you device, subscribe now.