fbpx

ଓଡ଼ିଶା ସିଭିଲ୍‍ ସର୍ଭିସ୍‍-୨୦୨୧ ଫଳ ପ୍ରକାଶ ଉପରେ ରହିତାଦେଶ ଜାରି କଲେ ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର: ଓଡ଼ିଶା ସିଭିଲ୍‍ ସର୍ଭିସ୍‍-୨୦୨୧ର ଫଳ ପ୍ରକାଶ ଉପରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି । ଏହି ସମ୍ପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ତାଙ୍କ ରାୟରେ କହିଛନ୍ତି, ଚୟନ ପ୍ରକ୍ରିୟା ଜାରି ରହିଲେ ବି କୋର୍ଟଙ୍କ ବିନା ଅନୁମତିରେ ଫଳ ପ୍ରକାଶ ହୋଇପାରିବ ନାହିଁ । ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଓଡ଼ିଶା ଲୋକସେବା ଆୟୋଗକୁ ଏହି ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ସେପ୍ଟେମ୍ବର ମାସ ପ୍ରଥମ ସପ୍ତାହରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ହାଇକୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି ।

ତେବେ ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ସତୀଶଙ୍କୁ ୪୦% ଭିନ୍ନକ୍ଷମ ବୋଲି ଦର୍ଶାଯାଇଥିବା ବେଳେ ସେ କିନ୍ତୁ ନିଜକୁ ସମ୍ପୂର୍ଣ୍ଣ ଭିନ୍ନକ୍ଷମ ବୋଲି ଦାବି କରିଛନ୍ତି। ଏଥିସହ ଏବେ ଜାରି ରହିଥିବା ପର୍ସନାଲିଟି ଟେଷ୍ଟରେ ସାମିଲ କରା ଯାଇ ନ ଥିବାରୁ ଏହାକୁ ବିରୋଧ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ସତୀଶ ।

ସତୀଶ ଦାବି କରିଛନ୍ତି ଯେ, ତାଙ୍କ ଡିଜାବଲିଟି ଟେଷ୍ଟ ପାଇଁ ମେଡିକାଲ ବୋର୍ଡ଼ ଗଠନ କରିବେ ରାଜ୍ୟ ସରକାର। ଏହାବାଦ ଏବେ ଚାଲିଥିବା ପର୍ସନାଲିଟି ଟେଷ୍ଟରେ ଓଡ଼ିଶା ଲୋକ ସେବା ଆୟୋଗ (OPSC) ତାଙ୍କୁ ସାମିଲ କରୁ। ଏହି ମାମଲାର ଶୁଣାଣି ସେପ୍ଟେମ୍ବର ପ୍ରଥମ ସପ୍ତାହରେ ହେବ । ଆସନ୍ତା ଶୁଣାଣିରେ ମେଡିକାଲ ବୋର୍ଡ ସତୀଶଙ୍କ Disability test ରିପୋର୍ଟ ଦାଖଲ କରିବେ।ଏଥିସହ ରାଜ୍ୟ ସରକାର, କେନ୍ଦ୍ର ସରକାର ଓ OPSC ନିଜ ଜବାବ ଦାଖଲ କରିବେ। ତେଣୁ ସେ ପର୍ଯ୍ୟନ୍ତ ଫଳ ପ୍ରକାଶନର ସମ୍ଭାବନା ନାହିଁ। ଏହାପରେ କେବେ ଫଳ ପ୍ରକାଶ ପାଇବ ତାହାକୁ ନେଇ ଅନିଶ୍ଚିତତା ଦେଖାଦେଇଛି।

Get real time updates directly on you device, subscribe now.