fbpx

ଶିଳ୍ପପତି ତାରା ପଟ୍ଟନାୟକ ଅସୁସ୍ଥ, ଆଇସିୟୁରେ ଭର୍ତ୍ତି

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଫାଲକନ୍‌ ଗ୍ରୁପ୍ ଅଫ୍‌ କମ୍ପାନୀର ଅଧ୍ୟକ୍ଷ ତଥା ବିଶିଷ୍ଟ ଶିଳ୍ପପତି ତାରା ରଞ୍ଜନ ପଟ୍ଟନାୟକ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲ୍‌ର ହୃଦ୍‌ରୋଗ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇଛି । ସେ ଏବେ ଆଇସିୟୁରେ ଭେଣ୍ଟିଲେଟର ସହାୟତାରେ ଚିକିତ୍ସିତ ହେଉଛନ୍ତି । ଆପୋଲୋ ହସ୍ପିଟାଲ ହୃଦ୍‌ରୋଗ ବିଭାଗର ବରିଷ୍ଠ ଚିକିତ୍ସକ ଡାକ୍ତର ବ୍ରଜ ଦାସ ଚିକିତ୍ସା କରୁଥିବାବେଳେ ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସ୍ଥିରତା ପରିଲକ୍ଷିତ ହୋଇଛି । ଆପୋଲୋ ହସ୍ପିଟାଲ ପକ୍ଷରୁ ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ଶ୍ରୀ ପଟ୍ଟନାୟକଙ୍କ ଚିକିତ୍ସା ଉପରେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ତେବେ ଏ ସମ୍ପର୍କରେ ଶ୍ରୀ ପଟ୍ଟନାୟକଙ୍କ ପୁତ୍ର ପାର୍ଥଜିତ୍‌ ପଟ୍ଟନାୟକ କହିଛନ୍ତି ଯେ ତାଙ୍କ ପିତାଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ବି ସଙ୍କଟାପନ୍ନ ରହିଛି । ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରଙ୍କ ତ୍ୱରିତ ପଦକ୍ଷେପ ଓ ଉତ୍କୃଷ୍ଟ ଚିକିତ୍ସା ପଦ୍ଧତିକୁ ସେ ପ୍ରଶଂସା କରିବା ସହ ତାଙ୍କ ପିତାଙ୍କ ଆଶୁ ଆରୋଗ୍ୟ ପାଇଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।

Get real time updates directly on you device, subscribe now.