fbpx
BSKY
BJD MC SKY
BJD MS SKY

ଆଜିଠୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପଞ୍ଜୀକରଣ ଆରମ୍ଭ: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି

ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଭୁବନେଶ୍ୱର ପକ୍ଷରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା-୨୦୨୪ ନିମନ୍ତେ ଆଜିଠାରୁ ପଞ୍ଜୀକରଣ ଆରମ୍ଭ ହେଉଛି । ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଏ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟରେ ୩୧୩ଟି ବ୍ଲକରେ ୩୧୪ଟି ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି । ସେହିପରି ଓଡ଼ିଶା ଖଣି ନିଗମ ଅନ୍ତର୍ଗତ ଖଣି ଅଞ୍ଚଳରେ ପାଞ୍ଚଟି ଖଣି ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି । ଏହି ସବୁ ବିଦ୍ୟାଳୟ ମାନଙ୍କରେ CBSE ଆଧାରରେ ଶିକ୍ଷାଦାନ ହେଉଛି ।

Get real time updates directly on you device, subscribe now.