fbpx

ଓଡ଼ିଶାର ଏହି ସହର ଆଜି ୧୨ ଘଣ୍ଟା ପାଇଁ ବନ୍ଦ ରହିବ, ଜାଣନ୍ତୁ କାହିଁକି ?

ଭୁବନେଶ୍ୱର: ଆଜି ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ ଡାକରା ଦିଆଯାଇଛି । ବଲାଙ୍ଗିରରେ ୧୨ ଘଣ୍ଟିଆ କୋଶଳ ବନ୍ଦ ଡାକରା ଦିଆଯାଇଥିବା ଜଣାପଡିଛି । ସ୍ଵତନ୍ତ୍ର କୋଶଳ ରାଜ୍ୟ ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି । ଫଳରେ ବଲାଙ୍ଗିରର ବିଭିନ୍ନ ସ୍ଥାନରେ ପିକେଟିଂ ଦେଖିବାକୁ ମିଳୁଛି ।

ତେବେ ସକାଳୁ ସକାଳୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ ପିକେଟିଂ କରି ପ୍ରଦର୍ଶନ କରୁଛନ୍ତି କର୍ମୀ । ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ, କାର୍ଯ୍ୟାଳୟ ଓ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଜରୁରୀକାଳୀଳ ସେବାକୁ ଏଥିରୁ ବାଦ୍ ଦିଆଯାଇଛି ।

Get real time updates directly on you device, subscribe now.