Heavy Rain Alert: ଆଭ୍ୟନ୍ତରୀଣ ଓଡ଼ିଶାରେ ଅବପାତ; ଆସନ୍ତାକାଲି ପ୍ରବଳ ବର୍ଷିବ, 11 ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ
ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅବପାତ। 24 ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ 11 ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।
ଭୁବନେଶ୍ବର: ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅବପାତ। 24 ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ 11 ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂପଭଞ୍ଜ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ।
ତେବେ ରାଜ୍ୟରେ ଲଘୁଚାପ ଯୋଗୁଁ ପ୍ରବଳ ବର୍ଷା ହେଉଛି। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେଉଛି। ଆଗକୁ ମଧ୍ୟ ଆହୁରି ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଏହା ଦକ୍ଷିଣ ଓଡିଶା – ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ଆସନ୍ତା 24 ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ।
ସମଗ୍ର ରାଜ୍ୟକୁ ବିଜୁଳି ଘଡ଼ଘଡ଼ି ସହ ପବନ ବହିବା ନେଇ ଆଲର୍ଟ ଜାରି ହୋଇଛି। ଅଧିକାଂଶ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ। ଆସନ୍ତା 24 ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଉପକୂଳରେ ମଧ୍ୟ ବର୍ଷା ହେବ। ସେପଟେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗ ୪୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି।