fbpx

ଜାତୀୟ ସୁଟିଂ ଚାମ୍ପିଅନସିପରେ ଓଡ଼ିଶାର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ସ୍ୱର୍ଣ୍ଣ

Advertisement

ନୂଆଦିଲ୍ଲୀ : ପୁଣିଥରେ କମାଲ୍ କରିଛନ୍ତି ଓଡ଼ିଶାର ଷ୍ଟାର୍ ଶୁଟର୍ ଶ୍ରୀୟଙ୍କା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ ଅନୁଷ୍ଠିତ ଜାତୀୟ ସୁଟିଂ ଚାମ୍ପିଅନସିପରେ ଓଡ଼ିଶାର ଶ୍ରୀୟଙ୍କା ଷଡ଼ଙ୍ଗୀ ସ୍ୱର୍ଣ୍ଣପଦକ ଜିତିଛନ୍ତି । ୧୦ ମିଟର ଏୟାର ରାଇଫଲ ଟିସିକ୍ସ ବର୍ଗରେ ସେ ଏହି ପଦକ ଜିତିଥିବା ଜଣାପଡ଼ିଛି ।

ସୂଚନାଯୋଗ୍ୟ ଯେ, ଶ୍ରୀୟଙ୍କା କାଇରୋ ଠାରେ ଅନୁଷ୍ଠିତ ISSF ବିଶ୍ୱକପ୍‌ ସୁଟିଂ ପ୍ରତିଯୋଗିତାରେ ୫୦ ମିଟର ରାଇଫଲ ୩ ପୋଜିସନ୍‌ରେ ବ୍ରୋଞ୍ଜ ମେଡାଲ ପାଇଛନ୍ତି । ସେ ମଧ୍ୟ ବର୍ତ୍ତମାନ ଜାତୀୟ ସୁଟିଙ୍ଗ ଚାମ୍ପିଅନ ଭାବେ ସୁନାମ ଅର୍ଜନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସ ଆନ୍ତର୍ଜାତିକ କ୍ରୀଡ଼ା ପ୍ରତିଯୋଗୀ ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସେ ସାରା ବିଶ୍ୱରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ବୋଲି ପ୍ରକାଶ କରି, ଆଗାମୀ ଦିନରେ ଆହୁରି ସଫଳତା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀୟଙ୍କାଙ୍କୁ ୨ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିଲେ ।

Get real time updates directly on you device, subscribe now.