fbpx

ପାଠ୍ୟକ୍ରମରେ ବରପୁତ୍ର, ହଟିବ ୨୦୬ ପୁରୁଣା ଆଇନ୍

Advertisement

ଭୁବନେଶ୍ୱର,୨୮ ।୧୨(ଓଡିଶା ଭାସ୍କର): ଏଣିକି ସ୍କୁଲ ପାଠ୍ୟକ୍ରମରେ ରହିବ ଓଡିଶାର ବରପୁତ୍ରମାନଙ୍କ କାର୍ଯ୍ୟ ଓ ଜୀବନୀ । ପାଠ୍ୟକ୍ରମରେ ବରପୁତ୍ରଙ୍କ ଜୀବନୀ ସାମିଲ ନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ବରପୁତ୍ରମାନଙ୍କ କାର୍ଯ୍ୟ ଓ ଜୀବନୀକୁ ବିଭିନ୍ନ ପାଠ୍ୟକ୍ରମରେ ରଖାଯିବ । ବରପୁତ୍ରମାନଙ୍କ କାର୍ଯ୍ୟ ଓ ଜୀବନୀକୁ ବିଭିନ୍ନ ପାଠ୍ୟକ୍ରମରେ ରଖାଯିବ । ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀ ପାଇଁ ସ୍ୱତନ୍ତ୍ର ପ୍ରକ୍ରିୟାରେ ବିଷୟ ଚୟନ କରାଯିବ । ମେଧାବୀ ପିଲାଙ୍କୁ ସ୍ୱତନ୍ତ୍ର ସମ୍ମାନ ସହ ବାର୍ଷିକ ବୃତ୍ତି ପ୍ରଦାନ କରାଯିବ । ଏଥିପାଇଁ ଶିକ୍ଷାବିତ ଓ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନେଇ କମିଟି ଗଠନ ହେବ । ବରପୁତ୍ରମାନଙ୍କ ଜନ୍ମସ୍ଥାନକୁ ଆଦର୍ଶ ଗ୍ରାମରେ ପରିଣତ କରାଯିବ ।

ଏହା ସହ ଅପ୍ରାସଙ୍ଗିକ ପୁରୁଣା ଆଇନ ହଟାଇବାକୁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ୧୯୭୪ରୁ ୨୦୧୬ ମଧ୍ୟରେ ପ୍ରଣିତ ୨୦୬ଟି ଆଇନ ପ୍ରତ୍ୟାହାର ନିଷ୍ପତ୍ତି ନିଆଯାଇଛି ।

Get real time updates directly on you device, subscribe now.