fbpx
BJD SKY
BJD SKY

ନବୀନଙ୍କ ବଡ ଘୋଷଣା: ଅଲିମ୍ପିକ୍ସ ସ୍ୱର୍ଣ୍ଣ ଜିତିଲେ ୬ କୋଟି

BJD

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଟୋକିଓ ଅଲିମ୍ପିକ୍ସକୁ ଆଉ ମାତ୍ର ୧୫ ଦିନ ବାକି ରହିଥିବା ବେଳେ ଓଡିଆ ଆଥଲେଟଙ୍କୁ ଉତ୍ସାହିତ କରିବା ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ବିଜେତା ଖେଳାଳିଙ୍କ ପାଇଁ ୬ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଭାବରେ ରୌପ୍ୟ ଓ ବ୍ରୋଞ୍ଜ ପଦକ ପାଇଁ ଯଥାକ୍ରମେ ୪ ଓ ୨.୫ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଛି । ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ସମସ୍ତ ଖେଳାଳିଙ୍କ ପାଇଁ ୧୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଛି ।

ଓଡିଶାରୁ ଚଳିତ ସଂସ୍କରଣରେ ୪ ଜଣ ଅଲିମ୍ପିକ୍ସ ପାଇଁ ଏବଂ ଜଣେ ଖେଳାଳି ପାରାଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ଏହି ଅବସରରେୟ ଦୁତୀ ଚାନ୍ଦ , ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଶୁକ୍ରବାର ଅନୁଷ୍ଠିତ ବୈଠକରେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଉପସ୍ଥିତ ଥିଲେ । କ୍ରୀଡା ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ସ୍ଵାଗତ ଭାଷଣ ଦେଇଥିଲେ ଓ ସ୍ଵତନ୍ତ୍ର ସଚିବ ଆର ଭିନିଲ କ୍ରିଷ୍ଣା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ୟ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.