fbpx

ଓସେପା ପକ୍ଷରୁ ସୂଚନା: ଏପ୍ରିଲ ୨ରେ ଘୋଷଣା ହେବ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ମାସ ୨ ତାରିଖରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବାକୁ ଯାଉଥିବା ବେଳେ ସେହିଦିନ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ସମ୍ମେଟିଭ୍ ଆସେସମେଣ୍ଟ ୨ ପରୀକ୍ଷା ଫଳାଫଳ ଘୋଷଣା କରଯିବ । ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ (ଡିଇଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଭିଭାବକମାନଙ୍କୁ ପରୀକ୍ଷା ଫଳ ବାବଦରେ ଅବଗତ କରାଇବା ପାଇଁ ୨ ତାରିଖ ଦିନ ବିଦ୍ୟାଳୟ ସ୍ତରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯିବ । ତେଣୁ ସେହିଦିନ ସ୍କୁଲମାନଙ୍କରେ ଅନ୍ୟ କୌଣସି କାର୍ଯ୍ୟକ୍ରମ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Get real time updates directly on you device, subscribe now.