ଭୁବନେଶ୍ୱର, ୨୩ା୧ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୧୩୦ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୬ ଓ ସ୍ଥାନୀୟ ଅଞ୍ଚଳରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୦୪କୁ ବୃଦ୍ଧି ପାଇଛି । ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 22nd January, 2021
New positives: 130
In quarantine: 76
Local contacts: 54(Details of local contacts will be shared by concerned District Administration)
District Wise Cases:
1. Angul: 12
2. Balasore: 10
3. Bargarh: 13
4. Bhadrak: 1
5. Cuttack: 7— I & PR Department, Odisha (@IPR_Odisha) January 23, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୧୫୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୦ ହଜାର ୭୫୭ ରହିଥିବା ବେଳେ ୧ ହଜାର ୪୩୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Sambalpur: 10
23. Sundargarh: 14
24. State Pool: 2New recoveries: 212
Cumulative tested: 7525703
Positive: 334150
Recovered: 330757
Active cases: 1436— I & PR Department, Odisha (@IPR_Odisha) January 23, 2021