ରାଜ୍ୟରେ ଜଣେ ମୃତ, ୧୩୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୫ା୧ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୧୩୦ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୬ ଓ ସ୍ଥାନୀୟ ଅଞ୍ଚଳରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୦୬କୁ ବୃଦ୍ଧି ପାଇଛି । ମୃତକ ଜଣକ ସୁନ୍ଦରଗଡ଼ ଜିଲ୍ଲାର ହୋଇଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୪୩୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୧ ହଜାର ୧୪୪ ରହିଥିବା ବେଳେ ୧ ହଜାର ୩୨୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।