fbpx

ରାଜ୍ୟରେ କରୋନା ନେଲା ଜଣଙ୍କ ଜୀବନ, ସଂକ୍ରମିତଙ୍କ ସଂଖ୍ୟା ଦୁଇ ଶହ ଟପିଲା, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, ୨୭ା୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୨୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୪ ଓ ସ୍ଥାନୀୟ ଅଞ୍ଚଳରୁ ୮୬ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ହଜାର ୪୮୨ ରହିଥିବା ବେଳେ ୧୪୪୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.