fbpx

କରୋନାରେ ଜଣେ ମୃତ, ୧୮୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୭ା୧ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୧୮୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦୬ ଓ ସ୍ଥାନୀୟ ଅଞ୍ଚଳରୁ ୭୭ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୦୦କୁ ବୃଦ୍ଧି ପାଇଛି । ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୧୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୯ ହଜାର ୩୧୮ ରହିଥିବା ବେଳେ ୨ ହଜାର ୩୯ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.