fbpx
BSKY SKY
BSKY SKY

ଏକ ଲକ୍ଷ ଟପିଲା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା, ୪୭୮ ଜଣଙ୍କ ମୃତ୍ୟୁ

BSKY

ନୂଆଦିଲ୍ଲୀ, ୫ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୭୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୫ ହଜାର ୧୦୧କୁ ବୃଦ୍ଧି ପାଇଛି । ଦିନକରେ ୧ ଲକ୍ଷ ୩ ହଜାର ୫୫୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୫ ଲକ୍ଷ ୮୯ ହଜାର ୬୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୪୧ ହଜାର ୮୩୦ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୬ ଲକ୍ଷ ୮୨ ହଜାର ୧୩୬ରେ ପହଞ୍ଚିଛି । ୭ କୋଟି ୫୯ ଲକ୍ଷ ୫ ହଜାର ୧୬୩ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.