fbpx

ରାଜ୍ୟରେ ଆଉ ଜଣେ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୮୦କୁ ବୃଦ୍ଧି

ଭୁବନେଶ୍ୱର, ୬ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ୧୮୦କୁ ବୃଦ୍ଧି ପାଇଛି । ଆକ୍ରାନ୍ତ ଜଣକ ଯାଜପୁରର ବୋଲି ଜଣାପଡ଼ିଛି । ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଞ୍ଚିଛି । ଆକ୍ରାନ୍ତ ଜଣଙ୍କ ୫୭ବର୍ଷିୟ ପୁରୁଷ ହୋଇଥିବା ବେଳେ ସେ ନିକଟରେ କୋଲକାତାରୁ ଫେରିଥିଲେ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନାରେ ୧୮୦ଜଣ ଆକ୍ରାନ୍ତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଓଡ଼ିଶାରେ ୧୧୭ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.