fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୭ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ଜଣକ ଯାଜପୁର ସ୍ଥିତ ବାସୁଦେବପୁରର ବୋଲି ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୩୪ବର୍ଷିୟ ଯୁବକ ନିକଟରେ କୋଲକାତାରୁ ଫେରିଥିଲେ । ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯କୁ ବୃଦ୍ଧି ପାଇଛି । ଆଜି ରାଜ୍ୟରେ ୮ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ଏହାସହ ଓଡ଼ିଶାରେ ଚିକିତ୍ସା ପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ବର୍ତ୍ତମାନ ରାଜ୍ୟରେ ୧୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୭ଜଣ ସୁସ୍ଥ ହେବା ସହ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୭୩ଜଣ କରୋନା ଆକ୍ରାନ୍ତ ସକ୍ରିୟ ଅଛନ୍ତି ।

Get real time updates directly on you device, subscribe now.