fbpx

ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୮କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି । ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ ବର୍ତ୍ତମାନ୧୪୮ଜଣ ଆକ୍ରାନ୍ତ ଜିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୬କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.