fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୭କୁ ବୃଦ୍ଧି ପାଇଛି । ନୂଆ ଆକ୍ରାନ୍ତ ଜଣକ ଯାଜପୁର ଜିଲ୍ଲାର ବରି ବ୍ଲକର ବୋଲି ଜଣାପଡ଼ିଛି । ଆକ୍ରାନ୍ତ ଜଣକ ୬୨ବର୍ଷର ବୃଦ୍ଧ । ସେ ନିକଟରେ କୋଲକାତାରୁ ଫେରିଥିଲେ । ଯାଜପୁରରେ କରୋନା ଆକ୍ରାନ୍ତ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଳେଖଯୋଗ୍ୟ ଯେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୫୬ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ୧୦୦ଜଣ କରୋନାରେ ସକ୍ରିୟ ରହିଛନ୍ତି ।

Get real time updates directly on you device, subscribe now.