fbpx

ରାଜ୍ୟରେ ଆଉ ଜଣେ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର,୫ ।୬(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ଆଜି ଆଉ ଜଣେ ପଜିଟିଭଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାର ଜଣେ ୬୩ ବର୍ଷୀୟ ବୃଦ୍ଧଙ୍କର କରୋନାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ତେବେ ମୃତ ବୃଦ୍ଧ ଜଣକ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ ବୋଲି ଜଣାପଡିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ ଆଜି ରାଜ୍ୟର ୨୧ ଜିଲ୍ଲାରୁ ୧୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୨୪ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ଆଉ ୬ ଜଣ ସ୍ଥାନୀୟ ଅଞ୍ଚଳର ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୬୦୮ରେ ପହଞ୍ଚିଛି । ଅନ୍ୟପଟେ ରାଜ୍ୟରେ ଆଉ ୬୮ ଜଣ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.