fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୮ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତ ଜଣକ ରାଉରକେଲାର । ଏହାସହ ଓଡ଼ିଶାରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୬୩କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଓଡ଼ିଶାରେ ୧୮୦ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Get real time updates directly on you device, subscribe now.