fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ,ଆକ୍ରାନ୍ତଙ୍କ ସଂଖ୍ୟା ୧୭୬କୁ ବୃଦ୍ଧି

ଭୁବନେଶ୍ୱର,୫/୫(ଓଡିଶା ଭାସ୍କର): ରାଜ୍ୟ ରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୬କୁ ବୃଦ୍ଧି ପାଇଛି । ଆକ୍ରାନ୍ତ ଜଣକ ଯାଜପୁରର। ଯାଜପୁରରେ କରୋନା ଆକ୍ରାନ୍ତ ସଂଖ୍ୟା ୫୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଥିବା ବେଳେ ୬୦ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ଓଡ଼ିଶାରେ ଏବେ ଆକ୍ଟିଭ କେସ୍ ୧୧୫ ରହିଛି ।

Get real time updates directly on you device, subscribe now.