fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୭୮କୁ ବୃଦ୍ଧି  

ଭୁବନେଶ୍ୱର, ୬ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ୧୭୮କୁ ବୃଦ୍ଧି ପାଇଛି । ଆକ୍ରାନ୍ତ ଜଣକ ବାଲେଶ୍ୱରର ବୋଲି ଜଣାପଡ଼ିଛି । ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି ।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନାରେ ୧୭୮ଜଣ ଆକ୍ରାନ୍ତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଓଡ଼ିଶାରେ ୧୧୬ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.