fbpx

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୨୪୬କୁ ବୃଦ୍ଧି

ଭୁବନେଶ୍ୱର, ୮ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ଭଦ୍ରକର ବୋଲି ଜଣାପଡ଼ିଛି । ଆକ୍ରାନ୍ତ ଜଣକ ୩୩ବର୍ଷୀୟ ଯୁବକ ହୋଇଥିବା ବେଳେ ସେ ନିକଟରେ ସୁରତରୁ ଫେରିଥିଲେ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଓଡ଼ିଶାରେ ୧୮୧ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Get real time updates directly on you device, subscribe now.