fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି

ଭୁବନେଶ୍ୱର, ୯ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ୨୬ବର୍ଷୀୟ ଯୁବକ ଏବଂ ସେ ଗଞ୍ଜାମ ଜିଲ୍ଳାର । ଆକ୍ରାନ୍ତ ଜଣକ ସୁରତ ଫେରନ୍ତା । ଏହାସହ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୮ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଓଡ଼ିଶାରେ କରୋନାରେ ୨୨୩ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Get real time updates directly on you device, subscribe now.