fbpx

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ଓ ସୁସ୍ଥ ହେଲେ ଆଉ ୩ଜଣ

ଭୁବନେଶ୍ୱର, ୧୮ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନାରେ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି । ୬୧ନମ୍ବର ଆକ୍ରାନ୍ତ ଜଣକ ବାଲେଶ୍ୱରର ଏବଂ ତାଙ୍କ ବୟସ ୫୮ବର୍ଷ । ଏହାସହ ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ଆଉ ୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସୁଦ୍ଧା ୨୪ଜଣ କରୋନା ଆକ୍ରାନ୍ତ ଥିବା ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି । ବତ୍ତର୍ମାନ ୩୯ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.