fbpx

ଆସୁଛି ଆଉ ଏକ ଲଘୁଚାପ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ରୂପ ନେବ : ୨୨ ଯାଏଁ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ମାର୍ତାବନ-ଗଲ୍ଫ ଏବଂ ତତ-ସଂଲଗ୍ନ ମିଆଁମାର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣି-ବଳୟ ସମୁଦ୍ର ପତନ ଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚ ଯାଏଁ ବ୍ୟାପିଥିବା ବେଳେ, ଏହା ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ, ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିବାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୫ ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତନ ଘଟିବାର କୌଣସି ସମ୍ଭାବନା ନାହିଁ । ଏହାପରେ କିଛଇ ଜିଲ୍ଲାର ତାପମାତ୍ରାରେ ୨ରୁ ୪ ଡିଗ୍ରୀ ବୃଦ୍ଧି ଘଟିାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Get real time updates directly on you device, subscribe now.