fbpx

୨୮ରେ ଆଉ ଏକ ଲଘୁଚାପ, ଆଗାମୀ ୫ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଆସନ୍ତା ୨୮ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୫ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୫ରୁ ୨୬ ତାରିଖ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ୨୬ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛ ।

Get real time updates directly on you device, subscribe now.