fbpx

ଆସୁଛି ଆଉ ଏକ ଲଘୁଚାପ: ଆଜି ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ପଶ୍ଚିମବଙ୍ଗ ଓ ତତ୍‌ସଂଲଗ୍ନ ଉତ୍ତର ଓଡିଶା ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତମାନ ବିହାର ଓ ଅଞ୍ଚଳ ଉପରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏଥି ସହିତ ଅକ୍ଟୋବର ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ,ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ରହିଛି ।ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ସେପଟେ, ରାଜ୍ୟରେ ଗୁରୁବାରଠୁ ପାଗରେ ପର୍ବତ୍ତନ ହେବ ସମ୍ଭାବନା ରହିଛି। ଶୁଖିଲା ପାଗ ରହିବ ବୋଲି ଆକଳନ କରାଯାଇଛି। ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଆସନ୍ତା ୨୫ ତାରିଖ ଯାଏଁ ପାଗ ମେଘୁଆ ରହିବା ସହ ବର୍ଷା ହୋଇପାରେ। ପୂର୍ବ ଆକଳନ ଅନୁସାରେ, ସୁମାତ୍ରା ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୪ ତାରିଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଏହା କ୍ରମଶ ଘନୀଭୂତ ହୋଇ ପଶ୍ଚିମ ଦିଗରେ ତାମିଲନାଡୁ ଉପକୂଳକୁ ମୁହାଁଇବାର ଆଶଙ୍କା କରାଯାଇଛି। ଆକ୍ଟୋବର ୨୮ ଓ ୨୯ ତାରିଖରେ ଉପକୂଳ ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ।

 

Get real time updates directly on you device, subscribe now.