fbpx
BSKY SKY
BSKY SKY

ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଳାରେ ପ୍ରବଳ ବର୍ଷିବ

BSKY

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆସନ୍ତା ୨୩ ତାରିଖ ସୁଦ୍ଧା ଉତ୍ତରପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶାର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର କନ୍ଧମାଳ, ନୟାଗଡ଼, ଗଞ୍ଜାମ,ଗଜପତି, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ,ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ।

Get real time updates directly on you device, subscribe now.