fbpx

ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ସୁସ୍ତ ହୋଇଛନ୍ତି ଆଉ ଜଣେ କରୋନା ଆକ୍ରାନ୍ତ । ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ଜଣାପଡ଼ିଛି । ରାଜ୍ୟର କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଳେଖଯୋଗ୍ୟ ଯେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୫୬ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ୯୯ଜଣ କରୋନାରେ ସକ୍ରିୟ ରହିଛନ୍ତି ।

Get real time updates directly on you device, subscribe now.