fbpx

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଭୁବନେଶ୍ୱର, ୭ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ମୟୁରଭଞ୍ଜର । ମୟୁରଭଞ୍ଜରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୦୬ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୨ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଓଡ଼ିଶାରେ ୧୪୨ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.