fbpx

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ:ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି

ଭୁବନେଶ୍ୱର:୨୯ ।୪(ଓଡିଶା ଭାସ୍କାର):ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ I ରାଜ୍ୟର ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାର ୭୭ବର୍ଷ ବୟସ ପୁରୁଷ । ସେ ମଧୁସୁନ୍ଦନନଗର ବୋଲି ଜଣାପଡ଼ିଛି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଖୋର୍ଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ ୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୦ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି।

Get real time updates directly on you device, subscribe now.