fbpx

ମାଡ଼ି ଆସୁଛି ଲଘୁଚାପ, ସପ୍ତାହ ପର୍ଯ୍ୟନ୍ତ ପ୍ରବଳ ଛେଚିବ ବର୍ଷା: ଆଜି ୮ ଜିଲ୍ଲାକୁ ଆର୍ଲଟ ଜାରି

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଦକ୍ଷିଣ ଓଡିଶାର ଉପକୂଳବର୍ତ୍ତି  ଅଞ୍ଚଳ ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବସ୍ଥିତ ରହିଛି । ଏହା ଦକ୍ଷିଣ-ପଶ୍ଚିମ ଆଡକୁ ଢଳିବା ସହିତ ସମୁଦ୍ର ପତନରୁ ୭.୬ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି ।ଏହାର ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୮ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ଏବଂ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Get real time updates directly on you device, subscribe now.