fbpx
BSKY SKY
BSKY SKY

ଓଡ଼ିଶା ଷ୍ଟାଫ୍ ସିଲେକ୍ସନ ପକ୍ଷରୁ ଅନଲାଇନ୍ ଆବେଦନ ଆରମ୍ଭ: CTSRE-2023 ପରୀକ୍ଷା ମାଧ୍ୟମରେ ପ୍ରାର୍ଥୀଙ୍କୁ କରାଯିବ ଚୟନ

BSKY

ରାଜ୍ୟ କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ମିଳିତ ବୈଷୟିକ ସେବା ନିଯୁକ୍ତି ପରୀକ୍ଷା (ସିଟିଏସଆରଇ)-୨୦୨୩ ପରୀକ୍ଷା ପାଇଁ ଆଜିଠାରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରାର୍ଥୀଙ୍କୁ ଗ୍ରୁପ-ବି ଓ ଗ୍ରୁପ-ସି ପଦରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ନିଯୁକ୍ତି ଦିଆଯିବ । ଡିସେମ୍ବର ୨୨ରୁ ଅନଲାଇନ୍ ରେଜିଷ୍ଟ୍ରେସନ ଆରମ୍ଭ ହୋଇ ଜାନୁଆରୀ ୨୧ରେ ସରିବ । ସେହିପରି ଡିସେମ୍ବର ୨୨ରୁ ଜାନୁଆରୀ ୨୪ ମଧ୍ୟରେ ଅନଲାଇନ୍ ଆପ୍ଲିକେସନ ଫର୍ମ ସବମିଶନ କରାଯିବ ଓ ଡିସେମ୍ବର ୨୨ରୁ ଜାନୁଆରୀ ୨୭ ମଧ୍ୟରେ ଅନଲାଇନ୍ ଆପ୍ଲିକେସନ ଫର୍ମ ସଂଶୋଧନ କରାଯିବ ।

କିଛି ବୈଷୟିକ ତ୍ରୁଟି କାରଣରୁ ମିଳିତ ବୈଷୟିକ ସେବା ନିଯୁକ୍ତି ପରୀକ୍ଷା-୨୦୨୩ର ଅନଲାଇନ୍ ଆବେଦନ ପ୍ରକ୍ରିୟାରେ କିଛି ପରିବର୍ତ୍ତନ କରାଯାଇଥିଲା । ଏନେଇ ଗତ ୨୦ ତାରିଖରେ ଓଏସଏସସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚିତ କରାଯାଇଥିଲା । ପୂର୍ବ ବିଜ୍ଞପ୍ତି ମୁତାବକ, ଏହି ନିଯୁକ୍ତିର ଆବେଦନ ପ୍ରକ୍ରିୟା ଡିସେମ୍ବର ମାସ ୨୦ ତାରିଖରୁ ଆରମ୍ଭ ହୋଇ ଜାନୁଆରୀ ମାସ ୧୯ ତାରିଖରେ ସମାପ୍ତ ହେବାର ଥିଲା । ଡିସେମ୍ବର ୨୦ରୁ ଜାନୁଆରୀ ୨୨ ତାରିଖ ମଧ୍ୟରେ ପ୍ରାର୍ଥୀମାନେ ସେମାନଙ୍କର ଅନଲାଇନ୍ ଆପ୍ଲିକେସନ ଫର୍ମ ସବମିଶନ କରିପାରିବେ ଓ ଡିସେମ୍ବର ୨୦ରୁ ଜାନୁଆରୀ ୨୪ ମଧ୍ୟରେ ପ୍ରାର୍ଥୀମାନେ ଅନଲାଇନ୍ ଆପ୍ଲିକେସନ ଫର୍ମ ସଂଶୋଧନ କରିପାରିବେ ବୋଲି କୁହାଯାଇଥିଲା ।

ନିକଟରେ ଓଏସଏସସି ପକ୍ଷରୁ ୧୫ଟି ଲାବୋରେଟୋରୀ ଆସିଷ୍ଟାଣ୍ଟ ଓ ୧୩ଟି ଲାବୋରେଟୋରୀ ଆଟେଣ୍ଡାଣ୍ଟ ପଦକୁ ପ୍ରତ୍ୟାହାର କରାଯାଇଥିଲା । ପ୍ରାର୍ଥୀଙ୍କୁ ଜୁନିୟର ମାଇନିଂ ଅଫିସର, ଜୁନିୟର ଏମଭିଆଇ, ଜୁନିୟର ଇଞ୍ଜିନିୟର (ମେକାନିକାଲ), ଜୁନିୟର ଇଞ୍ଜିନିୟର (ସିଭିଲ), ଟ୍ରେସର ଆଦି ପଦରେ ନିଯୁକ୍ତି ଦିଆଯିବ । ଯୋଗ୍ୟ ପ୍ରାର୍ଥୀଙ୍କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ, ଗୃହ ଓ ନଗର ଉନ୍ନୟନ ବିଭାଗ, ସହରୀ ଯୋଜନା ନିର୍ଦ୍ଦେଶାଳୟ, ବନ୍ଦର ଓ ଆଭ୍ୟନ୍ତରୀଣ ଜଳ ପରିବହନ ନିର୍ଦ୍ଦେଶାଳୟ, ଖଣି ଓ ଭୂବିଜ୍ଞାନ, ପଞ୍ଚାୟତିରାଜ ଓ ପିଇବା ପାଣି ବିଭାଗ ନିର୍ଦ୍ଦେଶାଳୟରେ ନିଯୁକ୍ତି ଦିଆଯିବା ନେଇ ପୂର୍ବରୁ ବିଜ୍ଞପ୍ତିରେ ଉଲ୍ଲେଖ ରହିଥିଲା । ସମସ୍ତ ପଦ ପାଇଁ ଶିକ୍ଷାଗତ ଯୋଗ୍ୟତା ଅଲଗା ଅଲଗା ରହିଛି । ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ବୟସ ୨୧ରୁ ୩୮ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ ।

Get real time updates directly on you device, subscribe now.