ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କ ପକ୍ଷରୁ ନିଯୁକ୍ତି: ଆରମ୍ଭ ହେଲା ଅନଲାଇନ୍ ଆବେଦନ

ନୂଆଦିଲ୍ଲୀ: ବ୍ୟାଙ୍କି କ୍ଷେତ୍ରରେ ଚାକିରି କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କ ପାଇଁ ଆସିଛି ଏକ ବଡ଼ ଖବର । ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କ ପକ୍ଷରୁ ୧୦୦ଟି ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆପ୍ରେଣ୍ଟିସ ପଦରେ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବା । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥା ପାଇ ପାରିବେ । ଜେନେରାଲ, ଇଡବ୍ଲ୍ୟୁଏସ ଓ ଓବିସି ପ୍ରାର୍ଥୀଙ୍କୁ ୨୦୦ ଟଙ୍କାର ଅବେଦନ ଫିସ୍ ଜମା କରିବାକୁ ପଡ଼ିବ । ଅନୁସୂଚିତ ଜାତି (ଏସସି) ଓ ଅନୁସୂଚିତ ଜନଜାତି (ଏସଟି) ବର୍ଗର ପ୍ରାର୍ଥୀଙ୍କୁ ୧୦୦ ଟଙ୍କାର ଆବେଦନ ଫିସ୍ ଜମା କରିବାକୁ ପଡ଼ିବ ।

ଅକ୍ଟୋବର ୧୬ ତାରିଖରୁ ଏହି ପଦ ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବା ବେଳେ ଆସନ୍ତା ୩୧ ତାରିଖରେ ତାହା ସମାପ୍ତ ହେବ । ଚଳିତ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ଯୋଗ୍ୟତା ୨୦ ବର୍ଷ ଓ ସର୍ବାଧିକ ବୟସ ଯୋଗ୍ୟତା ୨୮ ବର୍ଷ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ ହେବ । ଦିଲ୍ଲୀ ପାଇଁ ୩୦ଟି ପଦ ଓ ପଞ୍ଜାବ ପାଇଁ ୭୦ଟି ପଦ ସଂରକ୍ଷିତ ରହିଛି ।

ଅନଲାଇନ୍ ଆବେଦନ ଲିଙ୍କ: https://ibpsonline.ibps.in/psbsep24/

ନୋଟିଫିକେସନ ଲିଙ୍କ: https://punjabandsindbank.co.in/system/uploads/recruitment/2150_2024101518143414188.pdf

Get real time updates directly on you device, subscribe now.