fbpx

ଆଜିଠୁ ଆରମ୍ଭ BSKY ନବୀନ କାର୍ଡ ଅନ୍‌ଲାଇନ୍‌ ପଞ୍ଜୀକରଣ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଆଜିଠୁ ଆରମ୍ଭ BSKY ନବୀନ କାର୍ଡ ଲାଗି ଅନ୍‌ଲାଇନ୍‌ ପଞ୍ଜୀକରଣ । ଜାନୁୟାରୀ ୧୬ ତାରିଖ ଯାଏଁ ହେବ ଅନ୍‌ଲାଇନ୍‌ ପଞ୍ଜୀକରଣର । କାର୍ଡ ଲାଗି ଯୋଗ୍ୟ ଆଶାୟୀ ଅନ୍‌ଲାନ୍‌ରେ କରିପାରିବେ ଆବେଦନ । BSKYରୁ ବାଦ୍‌ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର ଲାଗି ନବୀନ କାର୍ଡ ଉଦ୍ଦିଷ୍ଟ ହୋବ । ପ୍ରଥମ ପର୍ଯ୍ୟାୟରେ ସବୁ ଲୋକଙ୍କୁ, ସେମାନଙ୍କର ରୋଜଗାର ଓ ବାସସ୍ଥାନ ନିର୍ବିଶେଷରେ, ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍‌ଧ ଚିକିତ୍ସା ସୁବିଧା ସଂପୂର୍ଣ୍ଣ ମାଗଣାରେ ମିଳୁଛି । ଦ୍ବିତୀୟ ପର୍ଯ୍ୟାୟରେ, ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାମ ଯୋଜନାରେ ଘରୋଇ ଚିକିତ୍ସାଳୟ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି।

BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହାସହିତ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ମଧ୍ୟ ପାଉଛନ୍ତି । ଏଥିପାଇଁ ପଞ୍ଜିକୃତ ହୋଇଥିବା ଘରୋଇ ହସ୍‌ପିଟାଲ ଗୁଡିକରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଗତ ୫ ବର୍ଷରେ BSKY ଯୋଜନାରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍‌ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି।

Get real time updates directly on you device, subscribe now.