fbpx

OSSC ନିଯୁକ୍ତି ପ୍ରକ୍ରିୟା: ପରିସଂଖ୍ୟାନ ସହାୟକ ପଦ ପାଇଁ ଅନଲାଇନ୍ ଆବେଦନ ଆରମ୍ଭ

AAKASH

ରାଜ୍ୟ କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ପୁଣି ଆସିଛି ଏକ ନିଯୁକ୍ତି ସୁଯୋଗ । କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟରେ ପରିସଂଖ୍ୟାନ ସହାୟକଙ୍କୁ ନିଯୁକ୍ତି ଦିଆଯିବ । ରାଜ୍ୟର ସମସ୍ତ ସରକାରୀ ଚାକିରି ଆଶାୟୀଙ୍କ ପାଇଁ ଏହା ଏକ ବଡ଼ ଖୁସି ଖବର । ଇଚ୍ଛୁକ ପ୍ରାର୍ଥୀମାନେ ଓଏସଏସସିର ଅଫିସିଆଲ ୱେବସାଇଟକୁ ଯାଇ ବିଜ୍ଞାପନକୁ ଭଲ ଭାବେ ପଢ଼ି ଆବେଦନ କରିବାକୁ ଅନୁରୋଧ ।

ଜାନୁଆରୀ ମାସ ୩ ତାରିଖରୁ ଫେବୃଆରୀ ମାସ ୨ ପର୍ଯ୍ୟନ୍ତ ଅନଲାଇନ୍ ରେଜିଷ୍ଟ୍ରେସନ ନେଇ ପୂର୍ବରୁ ସ୍ଥିର ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ଏହାର ଆବେଦନ ତାରିଖ ପରିବର୍ତ୍ତନ କରାଯାଇଥିଲା । ଏନେଇ ଗତ ୨ ତାରିଖରେ ଓଏସଏସସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି ସୂଚିତ କରାଯାଇଥିଲା । ଏହା ମଧ୍ୟରେ ଜାନୁଆରୀ ୧୦ରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ତାହା ଫେବୃଆରୀ ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଜାନୁଆରୀ ୧୦ରୁ ଫେବୃଆରୀ ୧୨ ମଧ୍ୟରେ ଅନଲାଇନ୍ ଆପ୍ଲିକେସନ ଫର୍ମ ସବମିଶନ କରାଯିବ । ଜାନୁଆରୀ ୧୦ରୁ ଫେବୃଆରୀ ୧୪ ମଧ୍ୟରେ ଅନଲାଇନ୍ ଆପ୍ଲିକେସନ ଫର୍ମ ସଂଶୋଧନ କରାଯିବ ।

ଏହି ପଦ ପାଇଁ ଚଳିତ ବର୍ଷ ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୧ ବର୍ଷ ଓ ସର୍ବାଧିକ ବର୍ଷ ୩୮ ବର୍ଷ ହୋଇଥିବା ଆବଶ୍ୟକ । ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ଯେ କୌଣସି ବିଷୟରେ ସ୍ନାତକ ହୋଇଥିବା ଆବଶ୍ୟକ । ପ୍ରାର୍ଥୀ ଜଣେ ଭାରତୀୟ ନାଗରିକ ହୋଇଥିବା ସହ ସେ ଓଡ଼ିଆ ଭାଷା ପଢ଼ିବା, ଲେଖିବା ଓ କହିବା ଭଲ ଭାବେ ଜାଣିଥିବେ । ଏଥିରେ ପ୍ରିଲିମିନାରୀ ଓ ମୁଖ୍ୟ ପରୀକ୍ଷା ଅନୁଷ୍ଠିତ ହେବ । ଆସନ୍ତା ମାସ ଫେବୃଆରୀରୁ ଏପ୍ରିଲ ମାସ ମଧ୍ୟରେ ସମ୍ଭାବ୍ୟ ପ୍ରିଲିମିନାରୀ ପରୀକ୍ଷା ହୋଇପାରେ ।

ଅନଲାଇନ୍ ଆବେଦନ ଲିଙ୍କ: https://www.ossc.gov.in/Public/Pages/Post_detail_information.aspx

Get real time updates directly on you device, subscribe now.