fbpx

SDIPRO ନିଯୁକ୍ତି ନେଇ ବିଜ୍ଞପ୍ତି ଜାରି କଲା OPSC: ଆଜିଠାରୁ ଆବେଦନ ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସାମ୍ବାଦିକତା ଡିଗ୍ରୀଧାରୀ ପ୍ରାର୍ଥୀଙ୍କ ପାଇଁ ଆସିଛି ଏକ ବଢ଼ିଆ ନିଯୁକ୍ତି ସୁଯୋଗ । ଉପ-ବିଭାଗୀୟ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ (ଏସଡିଆଇପିଆରଓ) ପଦ ପୂରଣ ନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସେପ୍ଟେମ୍ବର ୩୦ରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅକ୍ଟୋବର ୩୦ରେ ସରିବ । ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୩୮ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ । ମୋଟ ୩୯ଟି ପଦ ଖାଲି ରହିଥିବା ବେଳେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ ।

ଅଣସଂରକ୍ଷିତ ବର୍ଗଙ୍କ ପାଇଁ ୨୧ଟି, ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି)ଙ୍କ ପାଇଁ ୩ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୬ଟି, ଅନୁସୂଚିତ ଜନଜାତି (ଏସଟି)ଙ୍କ ପାଇଁ ୯ଟି ପଦ ସଂରକ୍ଷିତ ରହିଛି । ଲିଖିତ ପରୀକ୍ଷା ଓ ସାକ୍ଷାତକାର ମାଧ୍ୟମରେ ପ୍ରାର୍ଥୀଙ୍କୁ ଚୟନ କରାଯିବ । ଓଡ଼ିଆ, ସାଧାରଣ ଇଂରାଜୀ, ସାଧାରଣ ଜ୍ଞାନ, ସାମ୍ବାଦିକ ଓ ଗଣ ଯୋଗାଯୋଗ ଆଦି ୪ଟି ପେପରରେ ପ୍ରାର୍ଥୀମାନେ ଲିଖିତ ପରୀକ୍ଷା ଦେବେ । ଲିଖିତ ପରୀକ୍ଷା ପାଇଁ ମୋଟ ୪୦୦ ମାର୍କ ରହିଥିବା ବେଳେ ସାକ୍ଷାରକାର ପାଇଁ ୩୦ ମାର୍କ ରହିଛି । ଓପିଏସସିର ଅଫିସିଆଲ ୱେବସାଇଟକୁ ଯାଇ ପ୍ରାର୍ଥୀମାନେ ଏହି ନିଯୁକ୍ତି ବାବଦରେ ସବିଶେଷ ତଥ୍ୟ ପାଇ ପାରିବେ ।

Get real time updates directly on you device, subscribe now.