CHARIDHAM

ଆସନ୍ତାକାଲି ୧୩ ଜିଲ୍ଲାରେ ପ୍ରବଳ ବର୍ଷା: ଗଜପତି ସମେତ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଶନିବାର ଦିନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି ଏବଂ ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ୧୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ରେ ୧୬ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଗଜପତି ସମେତ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଅନ୍ୟପଟେ ଦକ୍ଷିଣ ଓଡ଼ିଶାରେ ବଢିଛି ବନ୍ୟା ଆଶଙ୍କା । ମହାନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ଆଶଙ୍କା ବଢ଼ିବାରେ ଲାଗିଛି ।ବନ୍ୟାଜଳ ଯୋଗୁଁ ଋଷିକୂଲ୍ୟା, ବଂଶଧାରା, ନାଗାଵଳୀ ଫୁଲିବାରେ ଲାଗିଛି । ତେବେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୪୮ ଘଣ୍ଟାରେ ଆହୁରି ଘନୀଭୂତ ହେବ ଲଘୁଚାପ । ଏହା ପ୍ରଭାବରେ ୧୩ ଓ ୧୪ ତାରିଖରେ ପ୍ରବଳ ବର୍ଷା ହେବ । ଉପକୂଳ ଓଡ଼ିଶାରେ ପବନ ସହ ବର୍ଷା ହେବାର ସମ୍ଭାବନା ରହିଛି ।