fbpx

ଆହୁରି ଘନୀଭୂତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇଛି । ଏହା ଆହୁରି ଘନୀଭୂତ ହୋଇ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସୂଚନା ଅନୁସାରେ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲା ସହିତ ରାଜ୍ୟର ଅନ୍ୟ ଜିଲ୍ଲା ମାନଙ୍କରେ ବର୍ଷାର ପ୍ରଭାବ ରହିବ ବୋଲି ଅନୁମାନ କରାଯାଇଛି ।

ଅତିପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଏବଂ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଓ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କେତେକ ସ୍ଥାନରେ ୭୦ରୁ ୨ଶହ ମିଲିମିଟର ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ । ଆସନ୍ତା ଶୁକ୍ରବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ କହିଛି । ଅନ୍ୟପକ୍ଷରେ ହୀରାକୁଦ ଜଳଭଣ୍ଡାରରୁ ବର୍ତ୍ତମାନ ୧୨ଟି ସ୍ଲୁଇସ୍‍ ଗେଟ୍‍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି । ଆଜି ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୨ ଦଶମିକ ୫/୪ ଫୁଟ ଥିଲା ।

Get real time updates directly on you device, subscribe now.