fbpx
BJD SKY
BJD SKY

ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳରେ ଲଘୁଚାପକ୍ଷେତ୍ର ସୃଷ୍ଟି; ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

BJD

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ହେବା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ପ୍ରବଳ ବର୍ଷା ହେବା ନେଇ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ପୁରୀ, ଗଜପତି, ରାୟଗଡ଼ା, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

ଅନ୍ୟପଟେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି । ବର୍ତ୍ତମାନ ପ୍ରତିସେକେଣ୍ଡରେ ୧ ଲକ୍ଷ ୩୨ ହଜାର ୫୬୫ କ୍ୟୁସେକ୍‍ ଜଳ ପ୍ରବେଶ କରୁଛି । ଆଗାମୀ ଦିନରେ ବନ୍ୟା ଜଳ ନିଷ୍କାସନ କରାଯିବା ପାଇଁ ଆଜି ନିଷ୍ପତ୍ତି ନିଆଯିବ ବୋଲି ଡ୍ୟାମର ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.