fbpx

ବଙ୍ଗୋପସାଗରରେ ସୃଷ୍ଟିହେଲା ଆଉ ଏକ ଲଘୁଚାପ କ୍ଷେତ୍ର; ଅତିପ୍ରବଳ ବର୍ଷା ହେବାନେଇ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପାଶ୍ୱର୍ବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ଦୁଇଦିନ ଯାଏଁ ଉତ୍ତର ଓଡ଼ିଶା- ଦକ୍ଷିଣ ଝାଡଖଣ୍ଡ ମଧ୍ୟଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞ।ନ କେନ୍ଦ୍ରର ସୂଚନା ଅନୁସାରେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ହେବା ନେଇ ପୁରୀ, ଜଗତ୍‍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ପ୍ରବଳ ବର୍ଷା ହେବା ନେଇ ୧୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୦ ତାରିଖରେ ଲଘୁଚାପ ସୃଷ୍ଟିର ସମ୍ଭାବନା ଥିବାରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ଏହାର ପ୍ରଭାବରେ କେନ୍ଦୁଝର, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବିଜୁଳି ଘଡଘଡି ମାରିବାର ସମ୍ଭାବନା ଅଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୧ ତାରିଖରେ ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷିବାର ସମ୍ଭାବନା ରାହିଛି। ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ଗଞ୍ଜାମ ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ଏନେଇ ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ବହୁ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଆସନ୍ତାକାଲି ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ହେବ ।

Get real time updates directly on you device, subscribe now.