fbpx

ରାଜ୍ୟର କିଛି ସ୍ଥାନରେ ଅତିପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ୍‍ ୱାର୍ଣ୍ଣିଂ ଜାରି

Advertisement

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ ହୋଇଛି। ଗତକାଲି ରାଜ୍ୟବ୍ୟାପୀ ବର୍ଷା ଲାଗି ରହିଥିଲା। ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ଅତିପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ୍‍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ପ୍ରବଳ ବର୍ଷା ହେବାନେଇ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ଆସନ୍ତା ୧୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟର ସମ୍ଭାବନା ଥିବାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍‍ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଏବଂ ପୌର କମିଶନରଙ୍କୁ ସତର୍କ ହେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସମସ୍ତ କ୍ଷେତ୍ରୀୟ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ମୁଖ୍ୟାଳୟ ନ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Get real time updates directly on you device, subscribe now.