fbpx

୨ ଜିଲ୍ଲାରେ ପ୍ରବଳ ବର୍ଷିବ; ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲଘୁଚାପ ଆଶଙ୍କା ଟଳି ଯାଇଥିଲେ ହେଁ ବର୍ଷା ବିତ୍ପତି କିନ୍ତୁ ପିଛା ଛାଡୁନାହିଁ । ବୁଧବାର ପାଣିପାଗ ବିଭାଗ ପକ୍ଷରୁ ୨ଟି ଜିଲ୍ଳାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ସତର୍କ ସୂଚନା ଜାରି କରାଯାଇଛି । କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି । ଏହି ଦୁଇ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହଭଳି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୯ଟି ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.