fbpx

ସାବଧାନ୍! ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଜାଣନ୍ତୁ କେଉଁ କେଉଁ ଜିଲ୍ଲା?

AAKASH

ଭୁବନେଶ୍ୱର, ୧ ।୪(ଓଡିଶା ଭାସ୍କର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୧୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ନୟାଗଡ, ବୌଦ୍ଧ, ସୋନପୁର, ବଲାଙ୍ଗିର, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହା ସହ ସମ୍ବଲପୁର, ନୂଆପଡା, ଅନୁଗୁଳ, ଢେଙ୍କାନାଳ, ଅନୁଗୁଳ ଓ ବୌଦ୍ଧର କିଛି ସ୍ଥାନରେ ଅତି ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି । ଖରାକୁ ଦୃଷ୍ଟିରେ ରଖି ସତର୍କ ରଖିବାକୁ ପରାମର୍ଶ ଦିଆଯାଇଛି । ଆସନ୍ତାକାଲିଠାରୁ ଦିନର ତାପମାତ୍ରା ୩ରୁ ୪ ଡିଗ୍ରୀ କମିବା ସମ୍ଭାବନା ରହିଛି ।

ତେବେ ଏପ୍ରିଲ ୨ରେ ରାଜ୍ୟର ୧୧ ଜିଲ୍ଲାରେ ଘୂର୍ଣ୍ଣିଝଡ ସହ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବାର ଆଶଙ୍କା ରହିଛି । ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଘୂର୍ଣ୍ଣିଝଡ ସହ ବଜ୍ରପାତ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Get real time updates directly on you device, subscribe now.