fbpx

OSSC ପକ୍ଷରୁ ଅପଡେଟ୍: ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ ପଦର ପ୍ରିଲିମିନାରୀ ପରୀକ୍ଷା ତାରିଖ ଘୋଷଣା

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ ନଭେମ୍ବର ମାସ ୧୮ ତାରିଖରେ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ୨୩୪ଟି ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏହାପରେ ନଭେମ୍ବର ମାସ ୨୪ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଡିସେମ୍ବର ମାସ ୨୧ରେ ସମାପ୍ତ ହୋଇଥିଲା । ଡାଇରେକ୍ଟୋରେଟ୍ ଅଫ୍ ହେଲଥ ଇଣ୍ଟେଲିଜେନ୍ସ ଆଣ୍ଡ ଭିଟାଲ ଷ୍ଟାଟିଷ୍ଟିକ୍ସ, ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧିନରେ ଗ୍ରୁପ-ସି’ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ ।

ତେବେ ଏହା ମଧ୍ୟରେ ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ ପଦକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଏନେଇ ଓଏସଏସସି ପକ୍ଷରୁ ଏକ ନୋଟିସ୍ ଜାରି କରି ସୂଚନା ଦିଆଯାଇଛି । ଫେବୃଆରୀ ମାସ ତୃତୀୟ ସପ୍ତାହରେ ଏହି ପଦ ପାଇଁ ପ୍ରିଲିମିନାରୀ ପରୀକ୍ଷା ଆୟୋଜିତ ହେବ । ପରୀକ୍ଷାର ସଠିକ୍ ତାରିଖ ଓ ବିସ୍ତୃତ ତଥ୍ୟ ଖୁବଶୀଘ୍ର ଜାରି କରାଯିବ । ତେଣୁ ପ୍ରାର୍ଥୀମାନେ ନିୟମିତ ଭାବେ ଓଏସଏସସିର ଅଫିସିଆଲ୍ ୱେବସାଇଟ୍ ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି ।

ଏଥିରେ ୟୁଆରଙ୍କ ପାଇଁ ୧୧୬ଟି, ଶିକ୍ଷା ଓ ଆର୍ଥିକ ଦୁର୍ବଳ ଶ୍ରେଣୀ (ଏସଇବିସି)ଙ୍କ ପାଇଁ ୨୮ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୩୯ଟି ଓ ଅନୁସୂଚିତ ଜନଜାତି (ଏସଟି)ଙ୍କ ପାଇଁ ୫୧ଟି ପଦ ଖାଲି ରହିଛି । ମାଥମେଟିକ୍ସ କିମ୍ବା ଷ୍ଟାଟିଷ୍ଟିକ୍ସରେ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଗ୍ରାଜୁଏସନ ପାସ୍ କରିଥିବା ପ୍ରାର୍ଥୀମାନେ ଏଥିରେ ଆବେଦନ କରିବାକୁ ଯୋଗ୍ୟ ହୋଇଥିଲେ । ଏଥିସହିତ ଚଳିତ ବର୍ଷ ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୧ ଓ ସର୍ବାଧିକ ବୟସ ୩୮ ବର୍ଷ ଆବଶ୍ୟକ ଥିଲା । ପ୍ରିଲିମିନାରୀ, ମୁଖ୍ୟ ପରୀକ୍ଷା ଓ କମ୍ପ୍ୟୁଟର ଦକ୍ଷତା ପରୀକ୍ଷା ଆଧାରରେ ପ୍ରାର୍ଥୀଙ୍କୁ ଚୟନ କରାଯିବ ।

Get real time updates directly on you device, subscribe now.