fbpx

OSSC CGL 2023: ଗ୍ରୁପ-ବି ଓ ଗ୍ରୁପ-ସି ପଦ ପାଇଁ ଆରମ୍ଭ ହେଲା ଆବେଦନ ପ୍ରକ୍ରିୟା

ଚାକିରି ଖୋଜୁଥିବା ରାଜ୍ୟର ସମସ୍ତ ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ଅନେକ ପଦ ପାଇଁ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ଯୋଗ୍ୟ ପ୍ରାର୍ଥୀଙ୍କୁ ଗ୍ରୁପ-ବି ଓ ଗ୍ରୁପ-ସି ପଦରେ ନିଯୁକ୍ତି ମିଳିବ । ଇଚ୍ଛୁକ ପ୍ରାର୍ଥୀମାନେ ଆବେଦନ କରିବା ପୂର୍ବରୁ ଥରେ ନୋଟିଫିକେସନକୁ ଭଲ ଭାବେ ପଢ଼ି ନିଅନ୍ତୁ ।

ଏହା ମଧ୍ୟରେ ଓଏସଏସସି ମିଳିତ ସ୍ନାତକ ସ୍ତରୀୟ (ସିଜିଏଲ) ୨୦୨୩ ପରୀକ୍ଷା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଅକ୍ଟୋବର ମାସ ୧୪ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ନଭେମ୍ବର ମାସ ୧୪ ତାରିଖରେ ସମାପ୍ତ ହେବ । ପ୍ରାର୍ଥୀମାନେ ଅଡିଟର, ଅଡିଟର (ସିଏଏ), ଟେକ୍ସଟାଇଲ ଇନ୍ସପେକ୍ଟର, ଜୁନିୟର ଆସିଷ୍ଟାଣ୍ଟ, ୱେଲଫେୟାର ଏକ୍ସଟେନସନ ଅଫିସର (ଡବ୍ଲ୍ୟଇଓ), ହାଣ୍ଡିକ୍ରାଫ୍ଟସ ପ୍ରମୋସନ ଅଫିସର, ଜୁନିୟର ଆକାଉଣ୍ଟାଣ୍ଟ ଏପରି ଭାବେ ୩୧ ପ୍ରକାର ପଦ ପାଇଁ ଆବେଦନ କରିପାରିବେ । ପ୍ରାର୍ଥୀମାନେ ନଭେମ୍ବର ୧୭ ତାରିଖ ସୁଦ୍ଧା ସେମାନଙ୍କର ଆପ୍ଲିକେସନ ଫର୍ମ ସଂଶୋଧନ କରିପାରିବେ ।

ଚଳିତ ବର୍ଷ ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୧୮ ଓ ସର୍ବାଧିକ ବୟସ ୩୮ ହୋଇଥିବା ଆବଶ୍ୟକ । ପ୍ରାର୍ଥୀ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ପାସ୍ କରିଥିବେ ଓ ଓଡ଼ିଆ ଭାଷା ପରୀକ୍ଷାରେ ପାସ୍ କରିଥିବେ । ଏଥିସହିତ କମ୍ପ୍ୟୁଟର, ଇଣ୍ଟରନେଟ, ଇ-ମେଲ, ୱାର୍ଡ ପ୍ରୋସେସିଂ, ତଥ୍ୟ ସମୀକ୍ଷା, ଉପସ୍ଥାପନ ଜାଣିଥିବେ ।

ଅନଲାଇନ୍ ଆବେଦନ ଲିଙ୍କ: https://www.ossc.gov.in/Public/Pages/Post_detail_information.aspx

ଅଫିସିଆଲ ୱେବସାଇଟ୍ ଲିଙ୍କ: https://www.ossc.gov.in/Public/OSSC/Default.aspx

Get real time updates directly on you device, subscribe now.