fbpx

OSSC CGL ନିଯୁକ୍ତି: ଗ୍ରୁପ-ବି ଓ ଗ୍ରୁପ-ସି ସ୍ପେଶାଲିଷ୍ଟ ପଦ ପାଇଁ ଆଜିଠାରୁ ଆରମ୍ଭ ହେଲା ଅନଲାଇନ୍ ଆବେଦନ ପ୍ରକ୍ରିୟା

ରାଜ୍ୟ କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ବର୍ତ୍ତମାନ ସମୟରେ ଅନେକ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ସେସବୁର ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି । ଗତ ମାସ ୨୬ ତାରିଖରେ ଓଏସଏସସି ପକ୍ଷରୁ ମିଳିତ ସ୍ନାତକ ସ୍ତରୀୟ (ସିଜିଏଲ) ଗ୍ରୁପ-ବି ଓ ଗ୍ରୁପ-ସି ସ୍ପେଶାଲିଷ୍ଟ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ତେବେ ଉକ୍ତ ନିଯୁକ୍ତି ପାଇଁ ଆଜିଠାରୁ ଅନଲାଇନ୍ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଜାନୁଆରୀ ମାସ ୩ ତାରିଖରୁ ଅନଲାଇନ୍ ରେଜିଷ୍ଟ୍ରେସନ ଆରମ୍ଭ ହୋଇ ଫେବୃଆରୀ ମାସ ୨ରେ ସମାପ୍ତ ହେବାର ଥିଲା । ମାତ୍ର ପରବର୍ତ୍ତୀ ସମୟରେ ଏହି ତାରିଖ ପରିବର୍ତ୍ତନ କରାଯାଇଥିଲା । ଜାନୁଆରୀ ୧୦ରୁ ଅନଲାଇନ୍ ରେଜିଷ୍ଟ୍ରେସନ ଆରମ୍ଭ ହୋଇ ଫେବୃଆରୀ ୯ରେ ଶେଷ ହେବ । ଏଥିସହିତ ଫେବୃଆରୀ ୧୨ ସୁଦ୍ଧା ଅନଲାଇନ୍ ଆପ୍ଲିକେସନ ଫର୍ମ ସବମିଶନ ଓ ଫେବୃଆରୀ ୧୪ ସୁଦ୍ଧା ଅନଲାଇନ୍ ଆପ୍ଲିକେସନ ଫର୍ମ ସଂଶୋଧନ କରିବାକୁ ପଡ଼ିବ ବୋଲି ଓଏସଏସସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଥିଲା ।

ମୋଟ ୮୩ଟି ପଦ ଖାଲି ରହିଥିବା ବେଳେ ପ୍ରାର୍ଥୀଙ୍କୁ ଇନ୍ସପେକ୍ଟର ଅଫ୍ ଲେଗାଲ ମେଟ୍ରୋଲୋଜି, ଜୁନିୟର କେମିଷ୍ଟ, ସିନିୟର ଲାବୋରେଟୋରୀ ଆସିଷ୍ଟାଣ୍ଟ, ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ, ମାର୍କେଟ ଇଣ୍ଟେଲିଜେନ୍ସ ଇନ୍ସପେକ୍ଟର, କମ୍ପ୍ୟୁଟର ପ୍ରୋଗ୍ରାମର ଆଦି ପଦରେ ନିଯୁକ୍ତି ଦିଆଯିବ । ୨୦୨୩ ମସିହା ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୧ ବର୍ଷ ଓ ସର୍ବାଧିକ ବୟସ ୩୮ ବର୍ଷ ହୋଇଥିବା ଆବଶ୍ୟକ । ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ଇଞ୍ଜିନିୟରିଂରେ ଡିଗ୍ରୀ/ ଡିପ୍ଲୋମା, ସାଇନ୍ସରେ ଡିଗ୍ରୀ, କେମିଷ୍ଟ୍ରିରେ ଡିଗ୍ରୀ / ଡିପ୍ଲୋମା, ବି.ଫାର୍ମାସୀ, ଡିଗ୍ରୀ ସହିତ ପିଜିଡିସିଏ ରହିଥିବା ଆବଶ୍ୟକ ।

Get real time updates directly on you device, subscribe now.