OSSC CGLRE-2023 ନିଯୁକ୍ତି: ନଭେମ୍ବର ୨୭ରୁ ଆରମ୍ଭ ହେବ ଗ୍ରୁପ-ବି ଓ ଗ୍ରୁପ-ସି ମୁଖ୍ୟ ଲିଖିତ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ଦ୍ୱାରା ପରିଚାଳିତ ମିଳିତ ସ୍ନାତକ ସ୍ତରୀୟ ପରୀକ୍ଷା (ସିଜିଏଲଆରଇ)-୨୦୨୩କୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଗ୍ରୁପ-ବି ଓ ଗ୍ରୁପ-ସି ପଦର ମୁଖ୍ୟ ପରୀକ୍ଷା ତାରିଖ ଘୋଷଣା କରାଯାଇଛି । ନଭେମ୍ବର ୨୭ରୁ ଏହି ପରୀକ୍ଷା ଆରମ୍ଭ ହୋଇ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଖୁବଶୀଘ୍ର ଏହି ପରୀକ୍ଷାର ସବିଶେଷ ତଥ୍ୟ ଜାରି କରାଯିବ । ନିୟମିତ ଭାବେ ୱେବସାଇଟ୍ ପରିଦର୍ଶନ କରିବାକୁ ପ୍ରାର୍ଥୀଙ୍କ ପରାମର୍ଶ ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ଗତ ବର୍ଷ ଡିସେମ୍ବର ମାସରେ ବିଭିନ୍ନ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଇନ୍ସପେକ୍ଟର ଅଫ୍ ମେଟ୍ରୋଲୋଜି, ଜୁନିୟର କେମିଷ୍ଟ, ସିନିୟର ଲାବୋରେଟୋରୀ ଆସିଷ୍ଟାଣ୍ଟ, ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ, ମାର୍କେଟ ଇଣ୍ଟେଲିଜେନ୍ସ ଇନ୍ସପେକ୍ଟର, କମ୍ପ୍ୟୁଟର ପ୍ରୋଗ୍ରାମର ଆଦି ପଦ ଖାଲି ରହିଥିଲା । ଅଣସଂରକ୍ଷିତ, ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି), ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି) ଆଦି ବର୍ଗର ପ୍ରାର୍ଥୀଙ୍କ ପାଇଁ ପଦ ସଂରକ୍ଷିତ ରହିଥିଲା ।